ବ୍ୟବସାୟ
ସୁନା କିଣିବାକୁ ଯିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ; ଭୁବନେଶ୍ବରରେ କମିଛି ଦର !

ଗତ କିଛି ଦିନ ହେଲା ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ଏହାକୁ ନେଇ ଚିନ୍ତାରେ ଗ୍ରାହକ । କିନ୍ତୁ ଆଜି ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୦୭୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୮ ହଜାର ୯୦୦ ଟଙ୍କା ଛୁଇଁଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୭୮ ହଜାର ୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୬ ହଜାର ୦୭୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୮,୯୦୦ ଟଙ୍କା ଓ ୮୬,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୯, ୦୫୦ ଟଙ୍କା ଓ ୮୬, ୨୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୮,୯୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୬, ୦୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୮,୯୦୦ ଟଙ୍କା ଓ ୮୬,୦୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦, ୫୦୦ ଟଙ୍କା ହୋଇଛି ।