ଓଡିଶା

କାଲିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଗତକାଲିଠୁ ସେ ଝାଡ଼ଖଣ୍ଡ ଗସ୍ତରେ ଅଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ରାଜ୍ୟକୁ ଅଧିକ ନିବେଶ ଆଣିବାକୁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।

ଗତକାଲିଠୁ ଝାଡ଼ଖଣ୍ଡ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଗସ୍ତ କରିଥିଲେ। ଆଜି ସେ ଚାଇଁବାସାର କୋଲ୍ ହାନ୍ ଗସ୍ତ କରିଥିବା ଜଣାଯାଇଛି।

ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ ବୋଲି ରାଜନୈତିକ ବିଶାରଦ ସୂଚନା ଦେଇଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button