ଦେଶ ବିଦେଶ

ମଧ୍ୟପ୍ରାଚ୍ୟ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଜରୁରୀ ବୈଠକ; ବାଣିଜ୍ୟ, ତୈଳ, ରପ୍ତାନୀ ଚେନ୍‌ ଉପରେ ଆଲୋଚନା

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଜରୁରୀ ବୈଠକ । ଗୁରୁବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ହୋଇଛି । ଏହି କ୍ୟାବିନେଟ୍ କମିଟି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.

ଜୟଶଙ୍କର ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହିତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ଉପସ୍ଥିତ ଥିଲେ ।

ଇସ୍ରାଏଲ ଉପରେ ଇରାନର ମିସାଇଲ୍ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ସ୍ଥିତି ଗମ୍ଭୀର ହୋଇଛି । ଏହି ସଂକଟ ଆହୁରି ବ୍ୟାପକ ହେଲେ, ବାଣିଜ୍ୟ, ତୈଳ, ପେଟ୍ରୋଲିୟମ ଉତ୍ପାଦ ସପ୍ଲାଏ ଚେନ୍ ଓ ଜାହାଜ ଚଳାଚଳ ଆଦି କ୍ଷେତ୍ରରେ ଭାରତକୁ କିଭଳି ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିପାରେ, ସେ ସଂପର୍କରେ ଏହି ସୁରକ୍ଷା ବୈଠକରେ ଆଲୋଚନା ହୋଇଥିବା ସୂଚନା ରହିଛି । ଏଥିସହ ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ ବି ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଥିବା କୁହାଯାଉଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button