ଓଡିଶା

ଅବପାତର ରୂପ ନେଲା ‘ଦାନା’, ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର: ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ ଅବପାତର ରୂପ ନେଇଛି ବାତ୍ୟା ଦାନା । ଆଗାମୀ କିଛି ଘଣ୍ଟାରେ ଏହା ଆହୁରି ଦୁର୍ବଳ ହେବ । ବାତ୍ୟାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଭଦ୍ରକରୁ ୫୦ କିଲୋମିଟର ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରୁଛି। ସେହିପରି କେନ୍ଦୁଝରରୁ ୭୦ କିଲୋମିଟର ପୂର୍ବ ଦକ୍ଷିଣ ପୂର୍ବ ଦିଗରେ ଏହା ରହିଛି।

କ୍ରମେ ପଶ୍ଚିମ ଦିଗକୁ ଗତି କରି ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ। ପ୍ରବଳ ବର୍ଷା ନେଇ ବାଲେଶ୍ବର, କେନ୍ଦୁଝର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟଧିକ ଅତି ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଅନୁଗୁଳ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button