ଓଡିଶା

ରାଜ୍ୟରେ ବର୍ଷା ଜାରି, ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର – ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ଯୋଗୁ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଶନିବାର ରାଜ୍ୟରେ ଦିନତମାମ ବର୍ଷା ଲାଗି ରହିଥିଲା। ଭଦ୍ରକ ସହରରେ ଶନିବାର ସର୍ବାଧିକ ୧୬୫ ମିମି ବର୍ଷା ହୋଇଛି। ଜଗତସିଂହପୁରରେ ୧୩୨.୬ ମିମି, ଝାରସୁଗୁଡ଼ାରେ ୧୨୧ ମିମି, ଚାନ୍ଦବାଲିରେ ୮୦.୬ ମିମି ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ବରରେ ୪୬.୪ ମିମି ବର୍ଷା ହୋଇଥିଲା ।

ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଆଦି ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ମାଲକାନଗିରି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button