ଓଡିଶା

ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୧୧ଟି ସ୍ଥାନରେ ଚଢ଼ାଉ

ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ ଏନ. ଭି. ହରିହର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି।

ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଛି ଭିଜିଲାନ୍ସ।

ମୁଖ୍ୟଯନ୍ତ୍ରୀଙ୍କର ବ୍ରହ୍ମପୁର ଭାବିନିପୁରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ସ୍ଥିତ ପାତ୍ରପଡ଼ାରେ ଥିବା ବିଲଡିଂ, ବ୍ରହ୍ମପୁର କମାପଲ୍ଲୀରେ ଏକ ଥ୍ରୀ ବିଏଚକେ ଫ୍ଲାଟ, ଫୁଲବାଣୀ ଓଲେନବାଚରେ ଥିବା ତାଙ୍କ ପୈତୃକ ଘର, ବାଲେଶ୍ୱର ଥିବା ସରକାରୀ ବାସଭବନ ଓ ଅଫିସ, କେନ୍ଦୁଝରରେ ଥିବା ଅଫିସ ଚାମ୍ବର, ବ୍ରହ୍ମପୁର ତୁଳସୀନଗର ଓ ଶାନ୍ତି ନଗରରେ ଥିବା ସଂପର୍କୀୟଙ୍କ ଘର ଓ କେନ୍ଦୁଝର ବଳଦେବଜିଉ କଲୋନୀରେ ଥିବା ତାଙ୍କର ଜଣେ ସହଯୋଗୀଙ୍କ ଘରେ ଏକ କାଳୀନ ଚଢ଼ଉ କରାଯାଇଛି। ଏହି ଚଢ଼ଉରେ ୧୧ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଓ ୧୧ ଜଣ ଏଏସଆଇ ସାମିଲ୍ ହୋଇଛନ୍ତି।

ମୁଖ୍ୟଯନ୍ତ୍ରୀ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ଉ କରିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button