୨୯ରେ ଆଉ ଏକ ଲଘୁଚାପ ! ଆହୁରି ୩ ଦିନ ବର୍ଷିବ

ଭୁବନେଶ୍ୱର : ରାଜ୍ୟରେ ବିଗତ ଏକ ମାସେରୁ ଅଧିକ ସମୟ ହେଲା ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି। ୨୯ ଓ ୩୦ରେ ପ୍ରବଳ ବର୍ଷିବ । ଝାଡଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ।
ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ ଅଗଷ୍ଟ ୨୯ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ, ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ଅଗଷ୍ଟ ୩୦ ଓ ୩୧ ତାରିଖ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପଟରେ ଯେଉଁମାନେ ଏବେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ଅଗଷ୍ଟ ୨୯ ତାରିଖ ସୁଦ୍ଧା ଫେରିଆସିବାକୁ କୁହାଯାଇଛି।