ବ୍ୟବସାୟ

ସୁନା ଦରରେ ଆସିଲା କିଛିଟା ପରିବର୍ତ୍ତନ, ଜାଣନ୍ତୁ ଆଜିର ମୂଲ୍ୟ – Utkal Mail


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩, ୬୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ଟଙ୍କା ଓ ୫୮,୫୩୦ ଟଙ୍କା ହୋଇଛି।

ପାର୍ବାଣ ଋତୁରେ ସୁନା ଦରରେ ଆସିଲା କିଛିଟା ପରିବର୍ତ୍ତନ । ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩, ୬୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ଟଙ୍କା ଓ ୫୮,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୬୫୦ ଟଙ୍କା ଓ ୫୮,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୮୦୦ ଟଙ୍କା ଓ ୫୮,୬୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୮,୬୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୬୫୦ ଟଙ୍କା ଓ ୫୮,୫୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୬୦୦ଟଙ୍କା ରହିଥିବା ନେଇ ହୋଇଛି।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button