ରାଜନୀତି

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ-ରାଜସ୍ଥାନ ଗସ୍ତ

ଭୁବନେଶ୍ୱର: ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଗୁରୁବାର ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗ ନେବେ।

ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି। ତେବେ ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ବୋଲି କୁହାଯାଉଛି।
ଅଧିକ ପଢ଼ନ୍ତୁ: ଚେତୁନି ରେଳବିଭାଗ: ସରୁନି ଆର୍‌ଓବି, ଅକାମୀ ହୋଇପଡ଼ିଛି ଅଣ୍ଡରପାସ୍‌

ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ଥିବା କୁହାଯାଉଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button